ମଣିପୁରର ନୋନି ଜିଲ୍ଲାରେ ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ବ୍ୟକ୍ତ

ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନ କରୁଛି….

ଭୁବେନେଶ୍ଵର ପିଆଇବି : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁରର ନୋନି ଜିଲ୍ଲାରେ ଭୟଙ୍କର ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଦୁଃଖ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବା ନେଇ ଘୋଷଣା ମଧ୍ୟ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ମଣିପୁରର ନୋନି ଜିଲ୍ଲାରେ ହୋଇଥିବା ଦୁଃଖଦ ବସ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମେବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନ କରୁଛି । ପ୍ରଭାବିତଙ୍କୁ ମଣିପୁର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ: ପ୍ରଧାନମନ୍ତ୍ରୀ @narendramodi”

“ବସ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”