ଆସନ୍ତା ୨ ମାସ ମଧ୍ୟରେ ଖୋଲିବ ସ୍କୁଲ

ଭୁବନେଶ୍ୱର: କୋଭିଡ୍ କାରଣରୁ ଗତ ଦୁଇବର୍ଷ ଧରି ରାଜ୍ୟରେ ସ୍କୁଲ ବନ୍ଦ ରହିଛି । ଅନେକ ସମୟରେ ଅଳ୍ପ ସମୟ ପାଇଁ ସ୍କୁଲ ଖୋଲିଥିଲେ ହେଁ ପୁଣି ସଂକ୍ରମଣ ବଢ଼ିବା କାରଣରୁ ବନ୍ଦ କରାଯାଇଥିଲା । ଏପରି ସ୍ଥଳେ ଅନଲାଇନରେ ଶିକ୍ଷାଦାନ ଜାରି ରହିଥିଲା । ତେବେ ବର୍ତ୍ତମାନ ରାଜ୍ୟରେ ସ୍କୁଲ ବନ୍ଦ ରହିଥିବା ବେଳେ ଅନ୍ୟ ସମସ୍ତ ଅଫିସ, ଫ୍ୟାକ୍ଟ୍ରି, ଘରୋଇ ସଂସ୍ଥା, ସିନେମା ହଲ ଆଦି ଖୋଲିଛି । ସ୍କୁଲ ଖୋଲିବା ପ୍ରସଙ୍ଗରେ ହସ୍ତକ୍ଷେପ କରିଛନ୍ତି ହାଇକୋର୍ଟ ।

ଆସନ୍ତା ୨ ମାସ ମଧ୍ୟରେ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏଥିସହିତ କୋଭିଡ୍ କଟକଣାରେ କିଭଳି ସ୍କୁଲ ଖୋଲିବା ତାହା ସ୍ପଷ୍ଟ କରିବାକୁ କୁହାଯାଇଛି ।