ରାଜ୍ୟରେ ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ୍‌ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ରାଜ୍ୟରେ ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ୍‌ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏନେ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରାଜ୍ୟରେ ଟିକାକରଣ କେନ୍ଦ୍ର ୧୬୦୦ରୁ ବଢି ୨୪୦୦ ହୋଇଛି । ବିଶେଷ କରି ଗ୍ରାମାଞ୍ଚଳକୁ ଅଧିକ ଫୋକସ କରାଯାଉଛି । ବର୍ତ୍ତମାନ ସୁଦ୍ଧା ୩ କୋଟି ୯୮ ଲକ୍ଷ ୭୪ ହଜାର ୨୮୫ ଡୋଜ୍‌ ଦିଆହୋଇଛି ଯାହା ୪ କୋଟି ଟପିବ ।

ସେହିପରି ୨ କୋଟି ୬୬ ଲକ୍ଷ ୫୪ ହଜାର ୧୯୩ ପ୍ରଥମ ଡୋଜ ଏବଂ ୧ କୋଟି ୩୨ ଲକ୍ଷ ୨୦ ହଜାର ୯୨ ଦ୍ୱିତୀୟ ଡୋଜ ଦିଆଯାଇଛି । ଏବେ ସୁଦ୍ଧା ୩୧ ଲକ୍ଷ ଲୋକ ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ରହିଛନ୍ତି । ସେହିପରି ପ୍ରଥମ ଡୋଜ୍‌ ୮୨ ପ୍ରତିଶତ ଲୋକ ନେଇଥିବା ବେଳେ ୪୧ ପ୍ରତିଶତ ଉଭୟ ଡୋଜ୍‌ ନେଇଛନ୍ତି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି ।