ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧%ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭% ରୁ ବଢ଼ି ,୨୮%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛିଲା ଭାବରେ 11%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

ମହାମାରୀ କୋଭିଡି ପରିସ୍ଥିତିରେ ଏହା ଦେଢ଼ବର୍ଷ ହେବ ବନ୍ଧ ରହିଥିଲା। ପୂର୍ବରୁ ଆଜି ସକାଳେ ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (GIS) ସଂଶୋଧନ ହୋଇଥିଲା।