ରାଜ୍ୟରେ ୫୩ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ, ଜଣଙ୍କର ମୁର୍ତ୍ୟୁ

ଭୁବନେଶ୍ୱର (ଏସ୍ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୫୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧ ଓ ସ୍ଥାନୀୟ ଅଞ୍ଚଳରୁ ୨୨ ଜଣ ଚିହ୍ନଟ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୧୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୮୮ ରହିଥିବା ବେଳେ ୬୫୮ ଜଣ ଚିକିତ୍ସିତ ହେଉଛନ୍ତି।

ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟ ୧୬ ଜିଲାରୁ ଏକ ଅଙ୍କ ବିଶିଷ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ୭,ବାଲେଶ୍ୱର ୧, ବରଗଡ ୪, ଭଦ୍ରକ ୨, ବଲାଙ୍ଗୀର ୧, ବୌଦ୍ଧ ୧, କଟକ ୩, ଯାଜପୁର ୪, ଝାରସୁଗୁଡା ୫, କଳାହାଣ୍ଡି ୧, ଖୋର୍ଦ୍ଧା ୩, କୋରାପୁଟ ୩, ନୂଆପଡା ୩, ପୁରୀ ୨, ରାୟଗଡା ୧, ସୋନପୁର ୧, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ଭୁବନେଶ୍ବରର ଜଣେ ୭୪ ବର୍ଷିୟ ବ୍ୟକ୍ତି କରୋନାରେ ପ୍ରାଣ ହରାଇଛନ୍ତି। ଏଥିନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।