ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୩ ଓ ୪ ତାରିଖରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ଆଶଙ୍କା । ବର୍ଷାଠାରୁ ଫସଲ ସୁରକ୍ଷିତ ରଖିବା ପାଇଁ ପରାମର୍ଶ । ବର୍ଷା ପୂର୍ବରୁ ଫସଲ ଆଣି ସୁରକ୍ଷିତ ସ୍ଥାନରେ ଘୋଡ଼ାଇ ରଖବାକୁ ପରାମର୍ଶ । ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ବର୍ଷା ନେଇ ସତର୍କ କରାଇଲେ ଏସଆରସି । ଉପକୂଳ ଓ ଉତ୍ତର-ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା । ୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । କୋରାପୁଟ, ମାଲକାନଗିରି, ରୟଗଡ଼ା, କନ୍ଧମାଳ, ଢ଼େଙ୍କାନାଳ । ଗଜପତି, ଗଞ୍ଜାମ, ପୁରୀର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ପୂର୍ବାନୁମାନ ଅନୁସାରେ ଡିସେମ୍ବର ୩ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହେବ । ଏହାପରେ ୨୪ରୁ ୪୮ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି । ବାତ୍ୟା ପ୍ରଭାବରେ ଡିସେମ୍ବର ୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ ଓ ୪ ତାରିଖ ବେଳକୁ ଭୁବନେଶ୍ୱର ଓ କଟକରେ ମଧ୍ୟମରୁ ପ୍ରବଳ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି । ଡିସେମ୍ବର ୫ରେ ପୂରା ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।