୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ । କେତେକ ସ୍ଥାନରେ ୪୦ ଡିଗ୍ରୀ ପାର୍ କରିବ ପାରଦ । ଦିନ ତାପମାତ୍ରା ବଢିବା ସହ ରାତି ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବ । ଫଳରେ ଦିନରେ ଅତ୍ୟଧିକ ଗରମ ସହ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି। ଏପ୍ରିଲ ୨ରୁ ୬ ତାରିଖ ମଧ୍ୟରେ ଦିନ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବାକୁ ଥିବାବେଳେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୫ ଡିଗ୍ରୀ ଅଧିକ ରହିବା ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରାଯାଇଛି।