ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର

ପୁରୀ : ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । ସେହିପରି ମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କୋଭିଡ ଗାଇଡ୍‌ଲାଇନ ଅନୁଯାୟୀ ସବୁଦିନ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର ।

ଅନ୍ୟପକ୍ଷରେ ପୂର୍ବପରି ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ । ଶ୍ରଦ୍ଧାଳୁମାନେ ନିଜ ପରିଚୟପତ୍ର ସହ ଡବଲ ଡୋଜ ଟିକା ସାର୍ଟିଫିକେଟ ଆଣିବା ବାଧ୍ୟତାମୂଳକ କରାଯାଇଛି । କିମ୍ବା କୋଭିଡ ଟେଷ୍ଟ ନେଗେଟିଭ ରିପୋର୍ଟ ଆଣିବାକୁ ବାଧ୍ୟତାମୂଳକ କରାଯାଇଛି । ସବୁ ଶ୍ରଦ୍ଧାଳୁମାନେ ମାସ୍କ, ସାନିଟାଇଜର, ସାମାଜିକ ଦୂରତ୍ୱ ମାନିବେ ବୋଲି ଗାଇଡଲାଇନ୍‌ରେ ଉଲ୍ଲେଖ କରାଯାଇଛି । ଏବେ କୋଭିଡ-୧୯ ସଂକ୍ରମଣ ହ୍ରାସ ପରେ ପୁରୀ ଜିଲ୍ଲା ପ୍ରଶାସନ ଶ୍ରୀମନ୍ଦିର ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।