ଆଜିଠୁ ବଦଳିବ ପାଗ

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଦଳିବ ପାଗ। ଖରାର ତାତି କମିବ । ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୩ରୁ ୪ ଦିନ ଭିତରେ ରାଜ୍ୟରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି।