ଆସନ୍ତାକାଲିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି । ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ୨୮ ଅନୁସାରେ ଆସନ୍ତା ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା ସଂଲଗ୍ନ ରାସ୍ତା ଗୁଡ଼ିକରେ ନିରାପତ୍ତାକୁ ଦୃଷ୍ଟିରେ ରଖି କାର୍ଯ୍ୟକାରୀ କରାଯିବ । ହାଉସିଂ ବୋର୍ଡ ଛକପଟୁ ଆସୁଥିବା ଗାଡ଼ିଗୁଡ଼ିକ କେଶରୀ ଟକିଜ୍ ଠାରୁ ଆଗକୁ ନଯାଇ ବାମପଟ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ସେହିପରି ଏଜି ଛକପଟୁ ପିଏମ୍ଜି ଛକ ଆଡ଼କୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବ ଭବନ ପାଖରେ ଅଟକି ଡାହାଣ ପଟରେ ଥିବା ଇନ୍ଦିରା ଗାନ୍ଧି ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ ।

ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି । ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ୨୮ ଅନୁସାରେ ଆସନ୍ତା ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା ସଂଲଗ୍ନ ରାସ୍ତା ଗୁଡ଼ିକରେ ନିରାପତ୍ତାକୁ ଦୃଷ୍ଟିରେ ରଖି କାର୍ଯ୍ୟକାରୀ କରାଯିବ । ହାଉସିଂ ବୋର୍ଡ ଛକପଟୁ ଆସୁଥିବା ଗାଡ଼ିଗୁଡ଼ିକ କେଶରୀ ଟକିଜ୍ ଠାରୁ ଆଗକୁ ନଯାଇ ବାମପଟ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ସେହିପରି ଏଜି ଛକପଟୁ ପିଏମ୍ଜି ଛକ ଆଡ଼କୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବ ଭବନ ପାଖରେ ଅଟକି ଡାହାଣ ପଟରେ ଥିବା ଇନ୍ଦିରା ଗାନ୍ଧି ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ମାଷ୍ଟରକ୍ୟାଣ୍ଟିନ ପଟୁ ପିଏମଜି ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ଲୋୟର ପିଏମଜି ଛକରୁ ବାମ କିମ୍ବା ଡାହାଣ ପାର୍ଶ୍ବ ରାସ୍ତା ଦେଇ ଯାଇପାରିବେ । କିନ୍ତୁ ସେମାନଙ୍କୁ ମହାତ୍ମାଗାନ୍ଧୀ ମାର୍ଗରେ ଯିବା ପାଇଁ ଅନୁମତି ଦିଆଯିବ ନାହିଁ । ୧୨୦ ବାଟାଲିୟନ ଛକ ପଟୁ ପିଏମଜି ଛକ ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ପାୱାର ହାଉସ୍ ଛକ ଆଡ଼କୁ ଯିବେ । ରାଜଭବନ ଛକ ପଟୁ ଏମଏଲ୍ଏ କଲୋନି ଏବଂ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ସମସ୍ତ ଗାଡ଼ି ଶାସ୍ତ୍ରୀନଗର ଆଡ଼କୁ ଯିବେ ।