ଦେଶରେ ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ(ଏସ୍ ନ୍ୟୁଜ): ଗତ ୨୪ ଘଣ୍ଟା ମଧ୍ୟରେ ୧୬,୮୩୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୧୭ ଟପିଯାଇଛି।ଏହାସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୧,୭୩,୭୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୫୪୮ରେ ପହଞ୍ଚିଛି। ଦିନକରେ ୧୩,୮୧୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୮,୩୯,୮୯୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୬,୩୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।