ରାଜ୍ୟରେ ୩,୦୭୯ ଜଣ ସକ୍ରିୟ ସଂକ୍ରମିତ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ଗତ ୨୪ଘଣ୍ଟାରେ ରାଜ୍ୟରେ ୨୯୩ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୧ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ଜଣ । ଏଥିସହ ୮୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ରାଜ୍ୟରେ ୧୨, ୮୪, ୬୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୨, ୪୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩,୦୭୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦୈନିକ ସଂକ୍ରମଣ ଲଗାତାର ଭାବେ ୫ଶହ ତଳେ ଦେଖିବାକୁ ମିଳିଛି। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।