ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୫୨୨ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ଭାଇରସ୍‌ ମହାମାରୀରୁ ୫୨୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୧୧୬ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।