ରାଜ୍ୟରେ ୨ଶହ ପାର୍‌ ପଜିଟିଭ ସଂଖ୍ୟା

ଭୁବନେଶ୍ୱର,(ଏସ୍ ନ୍ୟୁଜ) : ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ୨୦୦ପାର କରିଛି । ରାଜ୍ୟରେ ୨୪ ଘଣ୍ଟାରେ ୨୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୧୪ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୨୬ ଓ ଲୋକାଲ୍ କେସ ୮ଟି ରହିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ସମୁଦାୟ ୩୦ ହଜାର ୭୨୯ ନମୁନା ପରୀକ୍ଷଣରୁ ୨୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୨୭, ବଲାଙ୍ଗିର ଓ କଟକରୁ ୨୦ ଲେଖାଏଁ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୩ ଓ ବାଲେଶ୍ୱରରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ, କୋରାପୁଟ, ସମ୍ବଲପୁରରୁ ୧୦ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦କୁ ବୃଦ୍ଧି ପାଇଲା। ଆକ୍ଟିଭ କେସ୍‌ ୧୧୫୧ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୩୬ ହଜାର ୩୩୭ ଆକ୍ରାନ୍ତ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।