ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାପରେ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଏହା ପ୍ରଭାବରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଭଦ୍ରକ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୨ ତାରିଖରେ ଗଞ୍ଜାମ, ପୁରୀ, ଅନୁଗୁଳ, ଯାଜପୁର, ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନର ବହିବା ଆଶଙ୍କା ରହିଛି । ତେଣୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।