ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଢ଼େଙ୍କାନାଳ ରହିଛି। ଏଥିସହିତ ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସେପ୍ଟେମ୍ବର ୨୧ରୁ ୨୨ ମଧ୍ୟରେ ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।