ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିନେଇ ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର ପାଇଁ ଏହି ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନାଗିରି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।