ସଂକ୍ରମଣ ରହିଛି, ଆହୁରି ସଜାଗ ହେବାକୁ ପଡିବ-ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ ୧୨ ତାରିଖରୁ ସଂକ୍ରମଣ କମିବା ଆରମ୍ଭ କରିଛି । ଏହି ଧାରା ଆଉ କିଛି ଦିନ ଜାରି ରହେ ଆମେ କହିପାରିବା ରାଜ୍ୟ ପିକ ଅତିକ୍ରମ କରିସାରିଛି । ଯଦି ଏହି ଭିତରେ ସଂକ୍ରମଣ ପୁଣି ବଢେ ତାହାଲେ ଆକଳନ ଭୁଲ ହୋଇପାରେ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ସଂକ୍ରମଣ ସବୁ ଜିଲ୍ଲାରେ ରହିଛି। ଲୋକମାନଙ୍କ ବ୍ୟବହାରରେ ଯେମିତି ସଂକ୍ରମଣ ନବଢ଼ୁ ସେ ନେଇ ଯତ୍ନବାନ ହେବାର ରହିଛି। କେବଳ ସହରରେ ନୁହେଁ ଗାଁ ମାନଙ୍କରେ ମଧ୍ୟ ସଂକ୍ରମଣର ଉପସ୍ଥିତି ରହିଛି ।

ସେହିପରି ରାଜ୍ୟରେ କିଛି ଦିନ ହେବ ମୃତ୍ୟୁ ସଂଖ୍ୟା ୬ ରୁ ୭ ଭିତରେ ରହୁଛି। ଫାଟର୍ନିଟି ରେଟ କମ ଅଛି। ଯେତିକି ସରକାରଙ୍କ ତଥ୍ୟ ଦିଆଯାଇଛି ୯୫% ବହୁବିଧ ରୋଗୀ ରହୁଛନ୍ତି।