ରାଜ୍ୟରେ ଆହୁରି ବଢିବ ତାତି

ଭୁବନେଶ୍ୱର: ଅସହ୍ୟ ତାତି ପାଇଁ ଉତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ୩୩ ସହରରେ ତାପମାତ୍ରା ୪୦° ଅତିକ୍ରମ କରିଥିବା ବେଳେ ସେଥିମଧ୍ୟରୁ ୧୪ଟି ସହରର ତପାମାତ୍ରା ୪୩ ଡିଗ୍ରି ପାର କରିଛି । ତିନିଟି ସହରର ତାପମାତ୍ରା ୪୪ ଡେଇଁଛି । ଏପ୍ରିଲ ମାସରେ ବର୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଦୁଇଟି ସ୍ପେଲରେ ୧୪ଦିନ ହେବ ଉଷ୍ମ ଦିନ ରେକର୍ଡ ହୋଇସାରିଲାଣି । ଆଗକୁ କୌଣସି ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ମେ ମାସ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ଉଷ୍ମଦିନ ସ୍ଥିତି ଲାଗି ରହିବ । ଖାଲି ସେତିକି ନୁହେଁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।