ରାଜ୍ୟରେ ୩ ଦିନ ବର୍ଷା, ବଢିବ ଥଣ୍ଡାର ପ୍ରକୋପ

ଭୁବନେଶ୍ୱର: ରାଜ୍ୟକୁ ଏବେ ଉତ୍ତରା ପବନ ବହୁଥିବାବେଳେ ପାଗ ଶୁଖିଲା ଓ ଖରାଟିଆ ରହିବ । ଏଥିଯୋଗୁଁ ଆସନ୍ତା ୨୯ରୁ ୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ୍ କମିପାରେ । ଏହା ପ୍ରଭାବରେ ଥଣ୍ଡା ପ୍ରକୋପ ସାମାନ୍ୟ ବଢିବ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଡକ୍ଟର ପଶୁପାଳକଙ୍କ ଆକଳନ ଅନୁଯାୟୀ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ । ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦ୍ୱାରା ତାମିଲନାଡୁ ଓ କେରଳରେ ଭାରି ବର୍ଷା ହେବ । ଏହାର ପ୍ରଭାବରେ ଅକ୍ଟୋବର ୩୧ ଓ ନଭେମ୍ବର ୧ରେ ଗଞ୍ଜାମ, ଗଜପତି ଜିଲ୍ଲାରେ ପାଗ ମେଘୁଆ ସହ ହାଲୁକା ବର୍ଷା ହୋଇପାରେ । ଥାଇଲାଣ୍ଡରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପର ଅଂଶବିଶେଷ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୩୦ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ନଭେମ୍ବର ୨ରେ ଏହା ଦୁର୍ବଳ ହୋଇଯିବ ।