ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା

ସାରା ରାଜ୍ୟରେ ଜାରି ରହିଛି ଝଡ଼ି ବର୍ଷା । ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ. ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ ଓ ପୁରୀ । ସେହିଭଳି ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଓ ନୟାଗଡ ।