ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର କୋରାପୁଟ, ମାଲକାନଗିରି, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ଗଜପତି, ଗଂଜାମ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି ।
କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି । ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି କୁହାଯାଇଛି ।