ସିଝୁଛି ଟିଟିଲାଗଡ

ଭୁବନେଶ୍ୱର : ତାତିରେ ସିଝୁଛି ଓଡିଶା । ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା । ସେହିପରି ଗୁରୁବାର ରାଜ୍ୟର ଅନେକ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ଅନ୍ୟପକ୍ଷରେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ହୋଇଛି । ସେଠାରେ ୪୧.୪ ଡିଗ୍ରୀ ତାପମାତ୍ରା ସହିତ ସବୁଠାରୁ ଉତ୍ତପ୍ତ ସହର । ଝାରସୁଗୁଡ଼ାରେ ତାପମାତ୍ରା ୩୯.୮ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀରରେ ତାପମାତ୍ରା ୨୧.୩ ଡିଗ୍ରୀ ରହିଛି । ବୌଦ୍ଧରେ ତାପମାତ୍ରା ୪୦ ଡିଗ୍ରୀ ରହିଛି । ସେହିପରି ବାରିପଦାରେ ୩୯.୫, ସମ୍ୱଲପୁରରେ ୪୦, କଟକରେ ୩୫ ଡିଗ୍ରୀ, ଭବାନୀପାଟଣାରେ ୩୯.୬ ଏବଂ ଭୁବନେଶ୍ୱରରେ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।