ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୬୩୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୮୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୨ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୦ ଜଣ ଥିବା ବେଳେ କଟକରୁ ୨୫୦, ଅନୁଗୋଳରୁ ୧୦୦, ବାଲେଶ୍ୱରରୁ ୫୭, ବରଗଡ଼ରୁ ୧୧, ଭଦ୍ରକରୁ ୭୧, ବଲାଙ୍ଗିରରୁ ୮, ବୌଦ୍ଧରୁ ୯, ଦେବଗଡ଼ରୁ ୪, ଢେଙ୍କାନାଳରୁ ୫୦, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୮୫, ଯାଜପୁରରୁ ୮୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୭, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୬, କେନ୍ଦୁଝରରୁ ୧୮, କୋରାପୁଟରୁ ୯, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୭୫, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୩୯, ନୂଆପଡ଼ାରୁ ୧୪, ପୁରୀରୁ ୭୮, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୧୩, ସୋନପୁରରୁ ୧୧, ସୁନ୍ଦରଗଡ଼ରୁ ୬୧ ଓ ଷ୍ଟେଟ୍‌ ପୁଲ୍‌ରୁ ୭୧ ଜଣ ଅଛନ୍ତି।