ଭୁବନେଶ୍ୱର (ଏସ୍ ନ୍ୟୁଜ) ରାଜ୍ୟରେ ଆଜି ପୁଣି କରୋନା ଆକ୍ରାନ୍ତଙ୍କ ୬୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯ ଓ ସ୍ଥାନୀୟ ଅଞ୍ଚଳରୁ ୨୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୧୩କୁ ବୃଦ୍ଧି ପାଇଛି । ମୃତକ ଜଣକ ମୟୂରଭଞ୍ଜ ଜିଲ୍ଲାର ୫୦ ବର୍ଷିୟ ବ୍ୟକ୍ତି ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୮୮ ରହିଥିବା ବେଳେ ୭୦୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।