ଆଜି ରାଜ୍ୟରୁ ୬ ଜଣ କରୋନାରେ ମୁର୍ତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୬୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତକଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।