ଆଜି ପବିତ୍ର ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ୮୯ ବର୍ଷ

ଆଜି ପବିତ୍ର ଉତ୍କଳ ଦିବସ । ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ । ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ଗଠନ ହୋଇଥିଲା । ସମଗ୍ର ଓଡ଼ିଆ ଜାତି ଏହି ତାରିଖଟିକୁ ପ୍ରତିବର୍ଷ ଆଜିର ଦିନକୁ ଉତ୍କଳ ଦିବସ ବା ଓଡିଶା ଦିବସ ଭାବେ ପାଳନ କରାଯାଏ । ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡିଶା ଭାରତର ପ୍ରଥମ ରାଜ୍ୟ ।

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳ ନେତା ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ଓଡ଼ିଶା ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ନିଜର ମୂଲ୍ୟବାନ ଅବଦାନ ରଖିଥିବା ବରପୁତ୍ରମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ ହାସଲ ପାଇଁ ଦୃଢ଼ ସଂକଳ୍ପ ନେବାକୁ ଆହ୍ୱାନ କରିଛନ୍ତି।