ଭୁବନେଶ୍ବର: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମପୂର୍ଣ୍ଣିମା। ଆଜି ଦିନରେ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ଭାଇଟିଏ ଭଉଣୀକୁ ପ୍ରତିଶ୍ରୁତି ଦେଇଥାଏ ସବୁ ବିପଦ ଆପଦରୁ ତାକୁ ରକ୍ଷା କରିବାକୁ। ସେଥିପାଇଁ ଭଉଣୀ ଏହି ଦିନଟିକୁ ଖୁବ୍ ଉତ୍କଣ୍ଠାର ସହିତ ଅପେକ୍ଷା କରିଥାଏ।
ଶ୍ରାବଣ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ରକ୍ଷା ବନ୍ଧନ ପାଳନ କରାଯାଇଥାଏ । ହେଲେ ଭଦ୍ରାକାଳ ଥିଲେ ରକ୍ଷୀ ବାନ୍ଧିବା ଅଶୁଭ ମନାଯାଇଥାଏ। ଏବର୍ଷ ରାକ୍ଷୀ ପିନ୍ଧାକୁ ନେଇ ଦ୍ବନ୍ଦ୍ବ ଉପିଜିଛି। ଆଜି ଅଗଷ୍ଟ ୩୦ ତାରିଖରେ ପୂରା ଦିନ ଭଦ୍ରା କାଳ ରହିବ । ୩୦ ଅଗଷ୍ଟରେ ପୂର୍ଣ୍ଣିମା ତିଥି ସହ ସକାଳ ୧୦ଟା ୫୯ ମିନିଟରୁ ଭଦ୍ରାକାଳ ଆରମ୍ଭ ହେଉଛି । ଏହି ସମୟରେ ରାକ୍ଷୀ ବାନ୍ଧିବା ଅଶୁଭ ବିବେଚନା କରାଯାଇଥାଏ ।