ଆଜି ପୁଣି ବଢିଛି ତାତି

ପୁଣି ରାଜ୍ୟକୁ ଫେରିଛି ତାତି । ରାଜଧାନୀ ଭୁବନେଶ୍ୱରରେ ଦିନ ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୩୭.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୩୭, ଝାରସୁଗୁଡ଼ାରେ ୩୬.୬, ବାଲେଶ୍ୱରରେ ୩୫.୮, ରାଉରକେଲାରେ ୩୫.୪ ଓ ପାରାଦୀପରେ ୩୫.୧ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଦିନ ସାଢ଼େ ୧୧ଟା ସୁଦ୍ଧା କେନ୍ଦୁଝର ଓ ସମ୍ବଲପୁରର ତାପମାତ୍ରା ୩୪.୬ ଡିଗ୍ରୀ ରହିଥିବା ବେଳେ ଗୋପାଳପୁରରେ ୩୪.୪, ହୀରାକୁଦ ଓ ପୁରୀରେ ୩୪.୩ ଡିଗ୍ରୀ ରହିଛି।