ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜନ୍ମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କରିଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଅହିଁସାର ପ୍ରତୀକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବା ବେଳେ ଜୟନ୍ତୀ ଅବସରରେ ଏକ ଭଜନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି।

ପୂର୍ବରୁ ପ୍ରଧାନମନ୍ତ୍ରୀ ଟୁଇଟ୍ କରି ମଧ୍ୟ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଟୁଇଟରେ ପ୍ରଧାନମନ୍ତ୍ରୀ ମୋଦୀ ଲେଖିଥିଲେ ଯେ, ଗାନ୍ଧୀ ଜୟନ୍ତୀ ଅବସରରେ ଆମେ ପ୍ରିୟ ବାପୁଙ୍କୁ ପ୍ରଣାମ ଜଣାଉଛୁ। ତାଙ୍କ ଜୀବନ ଏବଂ ମହାନ ଚିନ୍ତାଧାରାରୁ ଅନେକ କିଛି ଶିଖିବାର ଅଛି | ବାପୁଙ୍କ ଆଦର୍ଶ ଆମକୁ ଏକ ସମୃଦ୍ଧ ତଥା କରୁଣାମୟ ଭାରତ ସୃଷ୍ଟି କରିବାରେ ମାର୍ଗଦର୍ଶକ ସାଜିବ। ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ସମେତ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନେକ ବିଶିଷ୍ଟ ନେତା ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ସେହିପରି ଆଜି ହେଉଛି ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୬ତମ ଜନ୍ମଦିବସ ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜୟ ଘାଟରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ।