ଆଜି ରାଜ୍ୟରେ ଆଉ ୫୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୬୦ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୮୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।