ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।