ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ

ମୃତକ ଦୁଇ ଜଣ ପିଚୁଡି ଓ ଉକାପାଡୁ ଗ୍ରାମର ବୋଲି ଜଣାପଡିଛି…

ରାୟଗଡ଼ା : ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ପିଚୁଡି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ରାୟଗଡ଼ା ଜିଲ୍ଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ପିଚୁଡି ଗାଁରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦୁଇ ଜଣ ପିଚୁଡି ଓ ଉକାପାଡୁ ଗ୍ରାମର ବୋଲି ଜଣାପଡିଛି । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଫଳରେ ସ୍ଥାନୀୟ ବାସିନ୍ଦା ୩୨୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ।

ତେବେ କୁମ୍ଭିକୋଟା ଫାଣ୍ଡି ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା । ଏହାପରେ ଦୁଇ ଜଣଙ୍କ ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଠାଇ ଦିଆଯାଇଛି ।