ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଥିଲାବେଳେ ଆଗାମୀ ପାଞ୍ଚଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ବଲପୁର ଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ ଦଶମିକ ୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଆଉ କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବାର ଜଣାପଡ଼ିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଓ ଭଦ୍ରକର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।