ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର….

ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ଏହି ସମୟରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅନ୍ୟ କାର୍ଯ୍ୟକ୍ରମରେ ବି ସାମିଲ ହେବେ । ଶାହାଙ୍କ ଗସ୍ତ ନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।

ତାଙ୍କ ସୂଚନା ଅନୁଯାୟୀ, ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱର ପହଞ୍ଚିବେ ଗୃହମନ୍ତ୍ରୀ ଶାହା । ଏହାପରେ ୮ତାରିଖରେ ଲିଙ୍ଗରାଜ ଦର୍ଶନ କରିବେ। କଟକରେ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହା ପରେ ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ସ୍ୱନକ୍ଷତ୍ର ଦିବସରେ ଯୋଗଦେବେ ।  ଭୁବନେଶ୍ୱର ଦଳୀୟ କାର୍ଯ୍ୟାଳୟରେ ବି ଯୋଗ ଦେବେ ଶାହା। ଶାହାଙ୍କ ଗସ୍ତ ସମୟରେ ସୁରକ୍ଷ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ବୋଲି ଜଣାଯାଇଛି।