ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ ଉତ୍ସବ ପିସିସି ପକ୍ଷରୁ ପାଳିତ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌) ତା ୯/୧୦: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୫୪ତମ ଜୟନ୍ତୀ ଉତ୍ସବ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି ।

ସକାଳେ ଭୁବେନଶ୍ୱର ଗୋପବନ୍ଧୁ ଛକ ସ୍ଥିତ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା ।

ଏହି ଅବସରରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଏକ ବାର୍ତାରେ କହିଥିଲେ ଯେ ଗୋପବନ୍ଧୁ ତ୍ୟାଗ, ଜନସେବା ଓ ଆଦର୍ଶର ମୂର୍ତିମନ୍ତ ପ୍ରତୀକଥିଲେ । ଆଜିର ଏହି ପବିତ୍ର ଦିବସରେ ଆମ୍ଭେମାନେ ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇପାରିଲେ ତାହାହିଁ ଗୋପବନ୍ଧୁଙ୍କ ପ୍ରତି ଶ୍ରେଷ୍ଠ ସମ୍ମାନ ହେବ ।
ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାଶ, ଅମୀୟ କୁମାର ପଟ୍ଟନାୟକ, ବିଶ୍ୱଜିତ ଦାଶ, ପଦ୍ମାକର ଗୁରୁ, ଦୀପକ ମହାପାତ୍ର, ଜ୍ୟୋତିଷ ସାହୁ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ସୁବ୍ରତ ମହାପାତ୍ର, ମନୋରଞ୍ଜନ ରାଉତରାୟ, ସଂକୁନା କହଁର, ଭାସ୍କର ସେଠୀ, ଜୟକୃଷ୍ଣ ସୁବୁଦ୍ଧି, ମିହିର ଆଚାର୍ଯ୍ୟ, ସାଗର ପରିଡ଼ା, ଖଗେଶ୍ୱର ମଲ୍ଲିକ, ରଞ୍ଜିତ ପାତ୍ର, ମନୋଜ ସାହୁ, ଦେବରାଜ ମିଶ୍ର, ଶ୍ରୀଧର ବଳିଆର ସିଂ, ଶୁଭ୍ରଜ୍ୟୋତି ଲେଙ୍କା, ଅକ୍ଷୟ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।