ପରଲୋକରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ହୋଇଛି। ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଦୀର୍ଘଦିନ ଧରି ସେ କ୍ୟାନସରରେ ପୀଡିତ ଥିଲେ । ଜଗନ୍ନାଥଙ୍କ ହଜାର ହଜାର ଭଜନ ଗାଇ ସେ ଓଡିଆଙ୍କ ହୃଦୟରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ।

ତାଙ୍କ ପରଲୋକରେ ଓଡିଆ ଭକ୍ତି ସଙ୍ଗୀତ ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ଶାନ୍ତିଲତାଙ୍କ ମୃତଦେହକୁ ତାଙ୍କ ପୁରୁଣା ଭୁବନେଶ୍ୱର କେଦାରଗୌରୀସ୍ଥିତ ବାସଭବନକୁ ଅଣାଯାଇଛି । ଆଜି ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ । ଶାନ୍ତିଲତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।