କୋଭିଡ୍ ଲକ୍ଷଣ ଥିଲେ ବି ଦେଇପାରିବେ ଭୋଟ୍, ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା

ପିପିଲି: ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ପଡ଼ିବ ଭୋଟ୍‌। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିପାରିବେ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ମୋଟ୍‌ ୨୦୧ଟି ବୁଥ୍‌କୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଥିବା ବେଳେ ଯେଉଁ ଭୋଟରଙ୍କର କୋଭିଡ୍ ଲକ୍ଷଣ ଥିବ ସେମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।