ଭୁବନେଶ୍ୱର : ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ ଲାଇନ୍ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି । କେବଳ କେତେକ ସ୍ଥାନରେ କାଳବୈଶାଖୀ ରୂପେ ବର୍ଷା ହୋଇପାରେ । ମୌସୁମୀ ଦୁର୍ବଳ ହେଲେ ଚାଷକାର୍ଯ୍ୟରେ କ୍ଷତିକାରକ ବୋଲି ଆଶଙ୍କା କରାଯାଉଛି । ସେଥିପାଇଁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।