ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ଛତିଶଗଡ଼ ଉପର ଦେଇ ପଶ୍ଚିମ ବିହାରରୁ ଉତ୍ତର ତେଲେଙ୍ଗାନା ପର୍ଯ୍ୟନ୍ତ ଏକ ଲଘୁଚାପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୧ ତାରିଖ ରବିବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର, ଦକ୍ଷିଣ, ଆଭ୍ୟନ୍ତର, ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାର ପ୍ରାୟ ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।