ଭୁବନେଶ୍ୱର(ଏସ୍ ନ୍ଯୁଜ):ବିହାରରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ଏକ ଟ୍ରପଲାଇନ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ କେତକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
ଏହାସହ ୧୦ଜିଲ୍ଲାକୁ କାଳବୈଶାଖୀ ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୦ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ।
ଅନ୍ୟପଟେ ଲଘୁଚାପ କ୍ଷେତ୍ର ସଂପ୍ରତି ସକ୍ରିୟ ରହିବା ସହ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଆସନ୍ତାକାଲି ସୁଦ୍ଧା ଏହା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏହାସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।