ଭୁବନେଶ୍ଵର(ଏସ୍ ନ୍ଯୁଜ): ରାଜ୍ୟରେ ଲଘୁଚାପ ପ୍ରଭାବ ଯୋଗୁଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହି ୪ଟି ଜିଲ୍ଲା ଯଥା- ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ଅନୁଗୁଳ। ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏହା ବ୍ୟତିତ ଆଜି ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୨ଟି ଜିଲ୍ଲା ହେଉଛି- ଖୋର୍ଦ୍ଧା, କଟକ, ଗଜପତି, ରାୟଗଡା, ନୟାଗଡ, ବୌଦ୍ଧ, ପୁରୀ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ସୋନପୁର । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।
ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଏମିତି ପାଗ ଲାଗି ରହିବ। ଶନିବାରଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।