ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ,ରାଜ୍ୟରେ ୩ଦିନ ଧରି ପ୍ରବଳ ବର୍ଷା

ଭୁବନେଶ୍ୱର(ଏସ ନ୍ୟୁଜ ): ପୂର୍ବ -କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହି ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାମାନଙ୍କରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।