ରାଜ୍ୟରେ ୨୩ ତାରିଖ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ଏସ୍ ନ୍ଯୁଜ ): କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି । ଏହା ପ୍ରଭାବରେ ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହାସହ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା । ଏସବୁ ଜିଲ୍ଲା ସହ ଦକ୍ଷିଣ ଓ ଉତ୍ତର ଉପକୂଳ ଓଡିଶାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ।

ସେହିପରି ୨୦ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ କାଲିଠୁ ୨୨ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।