ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର(ଏସ୍ ନ୍ଯୁଜ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଲଘୁଚାପଟି ଅବପାତର ରୂପ ନେଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇଛି ।

ବତ୍ତର୍ମାନ ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ ଲଘୁଚାପଟି କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବାର ଆଶଙ୍କା ରହିଛି । ଆସନ୍ତାକାଲି ରାତିରେ ଉତ୍ତର ଆନ୍ଧ୍ରପ୍ରଦେଶ ଅତିକ୍ରମ କରିବ ଏହି ଅବପାତ । ନରସପୁର ଓ ବିଶାଖାପାଟଣା ମଧ୍ୟରେ ଏହି ଅବପାତ ଅତିକ୍ରମ କରିବ ।

ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳରେ ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି ।