କମୁଛି ଶୀତ, ବଢୁଛି ରାତି ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ କମୁଛି ଶୀତ ଓ ଅନୁଭୁତ ହେଉଛି ଗରମ । ଗତକାଲି ରାତିରୁ ରାତିର ତାପମାତ୍ରା ବଢିଛି । ତିନି ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ ବୋଲି ପୂର୍ବାନୁମାନ କରାଯାଇଛି । କେନ୍ଦୁଝର ଓ ଝାରସୁଗୁଡ଼ାରେ ଏହା ସବୁଠୁ କମ୍ ୧୩.୪ ଡିଗ୍ରୀ ରହିଛି ।

ଗୋପାଳପୁରରେ ସର୍ବାଧିକ ୨୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିଭଳି ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଛି ।

ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ପାଣିପାଗ କେନ୍ଦ୍ର ପକ୍ଷରୁ ସଦ୍ୟ ସୁଚନା ଅନୁସାରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।