୨୪ ଘଣ୍ଟାରେ ୫୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,(ଏସ୍ ନ୍ୟୁଜ): ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫୬ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ସୁନ୍ଦରଗଡ ଜିଲାରୁ ୮ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ବରଗଡ ଓ ମୟୁରଭଞ୍ଜ ଜିଲାରୁ ୬ ଜଣ ଲେଖାଏଁ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦ୍ରାପଡା, କେନ୍ଦୁଝର ଏବଂ ପୁରୀ ଜିଲାରେ ୩ ଜଣ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ମାଲକାନଗିରିରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ଦେବଗଡ ଓ ଗଞ୍ଜାମ ଜିଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ଜୀବନ ଯାଇଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧିପାଇଛି।