୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ ସଂକ୍ରମିତଙ୍କ ମୁର୍ତ୍ୟୁ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ ଆକ୍ରାନ୍ତ ଅଛନ୍ତି। ଅପରପକ୍ଷରେ ଭଦ୍ରକ ଓ ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଏଁ ଏବଂ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ଅଛନ୍ତି। ଅନୁଗୁଳ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି। ଏଣେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଏହାଛଡ଼ା ପୁରୀ ଜିଲ୍ଲାରୁ ୪ ଜଣ ଓ ନୟାଗଡ଼ ଜିଲ୍ଲାରୁ ଜଣେ ମୃତକ ଅଛନ୍ତି।