ସହିଦ ଦେବାଶିଷ ବିଶ୍ୱାଳଙ୍କ ପାର୍ଥୀବ ଶରୀରରେ ପୁଷ୍ପମାଲ୍ୟ ଓ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଲାନ୍ସନାୟକ ଦେବାଶିଷ ବିଶ୍ୱାଳଙ୍କ ପ୍ରାର୍ଥୀବ ଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିିଛି । ଏହାପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସ୍ୱର୍ଗତଃ ଦେବାଶିଷ ବିଶ୍ୱାଳଙ୍କ ପାର୍ଥୀବଶରୀରରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏହାପରେ ସେଠାରେ ଉପସ୍ଥିତ ଥିବା ସ୍ୱର୍ଗତଃ ବିଶ୍ୱାଳଙ୍କ ଧର୍ମପତ୍ନୀ ସୁଶ୍ରୀ ସଙ୍ଗୀତାଙ୍କୁ ରାଜ୍ୟ ସଭାପତି ଶ୍ରୀ ସାମଲ ସମବେଦନା ଜଣାଇଥିଲେ । ସ୍ୱର୍ଗତଃ ସହିଦ ଦେବାଶିଷଙ୍କ ପାର୍ଥୀବ ଶରୀରକୁ ଜନ୍ମମାଟି ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅଳଗୁମ ପଂଚାୟତ ଖଣ୍ଡାୟତସାହିକୁ ଶେଷକୃତ୍ୟ ପାଇଁ ନିଆଯାଇଛି । ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ରାଜ୍ୟ ମୁଖପାତ୍ର ରମାରଞ୍ଜନ ବଳିୟାରସିଂହ, ଠାକୁର ରଞ୍ଜିତ ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଓମପ୍ରକାଶ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।