ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି । ଶନିବାର ଯାଏଁ ଏଭଳି ବର୍ଷା ଜାରୀ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ପ୍ରବଳ ବର୍ଷା ନେଇ ୧୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରୀ କରାଯାଇଛି । ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ଢ଼େଙ୍କାନାଳ, ମୟୂରଭଞ୍ଜ ଓ କଟକକୁ ପ୍ରବଳ ବର୍ଷା ପାଇଁ ଆଲର୍ଟ କରାଯାଇଛି ।